ସୋମବାର ଓଡ଼ିଶା ଆସିବେ ରାଷ୍ଟ୍ରପତି, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

Published By : Prameya-News7 Bureau | July 13, 2025 IST

ଭୁବନେଶ୍ୱର ୧୩।୦୭ : ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋମବାର ଭୁବନେଶ୍ବର ଏମ୍ସର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ। ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀ, ଭୁବନେଶ୍ବର ସାଂସଦ ମଧ୍ୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। 

ଏହି ଗସ୍ତ ଅବସରରେ ବିଭିନ୍ନ ବିଭାଗରେ ମୋଟ୍ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଗ୍ରୀ ସାର୍ଟିଫିକେଟ୍ । ୩୧ ଜଣ ଛାତ୍ରଛାତ୍ରୀ ପାଇବେ ସ୍ବର୍ଣ୍ଣ ପଦକ। ଏହି ଅବସରରେ ରାଷ୍ଟ୍ରପତିଙ୍କ ଉପସ୍ଥିତି କାର୍ଯ୍ୟକ୍ରମକୁ ଆହୁରି ଭବ୍ୟ କରିବ। ତେଣୁ ବେଶ୍ ଉତ୍ସାହିତ ଅଛନ୍ତି ଏମ୍ସ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ପୋଲିସ ପ୍ରଶାସନ। ସୁରକ୍ଷା ଦାୟିତ୍ବରେ ରହିବେ ୨୫୦ ଜଣ ପୋଲିସ ଅଧିକାରୀଙ୍କ ସହ ୫୦ ପ୍ଲାଟୁନ୍ ଫୋର୍ସ। ବିମାନବନ୍ଦରରୁ ଏମ୍ସ ପର୍ଯ୍ୟନ୍ତ ରାସ୍ତାରେ କଡ଼ା ସୁରକ୍ଷା ବ୍ୟବସ୍ଥାର ବନ୍ଦୋବସ୍ତ କରାଯାଇଛି। ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ବର ଡିସିପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଓ ପ୍ରଶାସନିକ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ରାଜଧାନୀରୁ କଟକ ଯାଏ ବ୍ୟାପକ ବ୍ୟବସ୍ଥା ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.