ଭୁବନେଶ୍ୱର ୦୧/୦୩: OTET ପାସ୍ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ । OTET ପାସ୍ କରି ନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକରେ ବୃଦ୍ଧି ହୋଇଛି । OTET ପାସ୍ କରିଥିବା ଏକ୍ସ କ୍ୟାଡ଼ର ସହକାରୀ ଶିକ୍ଷକ ମାନେ ପାଇବେ ବାର୍ଷିକ ଇନ୍କ୍ରିମେଣ୍ଟ ହୋଇଛି । ଫଳରେ ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ । 5-T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଦିଆଯାଇଥିଲା ପ୍ରସ୍ତାବ ।
ସୂଚନା ଥାଉକି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେବେ । ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।
ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେବେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।
you can also read...
wp:embed {"url":"https://www.prameyanews7.com/president-draupadi-murmu-is-coming-to-cuttack-today/","type":"wp-embed","providerNameSlug":"prameya-news-7"}