ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ଏହି ବିଶି‌ଷ୍ଟ ନେତା ମଧ୍ୟ ଜଣାଇଲେ ସମବେଦନା

29/01/2023 at 9:41 PM

ନୂଆଦିଲ୍ଲୀ, ୨୯/୦୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଝାରସୁଗୁଡ଼ାରେ ଏକ କାର୍ଯ୍ୟକ୍ରମକୁ ଯୋଗଦେବାକୁ ଯାଇଥିବା ସମୟରେ ଗୁଳିମାଡ଼ରେ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ନବ ଦାସଙ୍କୁ ପୋଲିସ ଏଏସଆଇ ଗୋପାଳକୃଷ୍ଣ ଦାସ ଗୁଳିମାଡ଼ କରିଥିଲେ।

ଏହାପରେ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହପରେ ଝାରସୁଗୁଡ଼ାରୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ସେ ଟ୍ଵିଟ୍ କରି ଲେଖିଛନ୍ତି ଓଡିଶା ସ୍ଵାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ୍‌ଙ୍କ ମୃତ୍ୟୁ ଖବର ଶୁଣି ସ୍ତବ୍ଧ ଏବଂ ମର୍ମାମତ। ତାଙ୍କ ପରିବାର ଏବଂ ଶୁଭଚିନ୍ତକଙ୍କ ପ୍ରତି ମୋର ଗଭୀର ସମବେଦନା  ରହିଛି।

ସେପଟେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟ୍ବିଟ ଜରିଆରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୋଦୀ ଟ୍ବିଟ କରି ଲେଖିଛନ୍ତି ‘ଓଡ଼ିଶା ସରକାରଙ୍କର ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବକିଶୋର ଦାସଙ୍କ ବିୟୋଗରେ ମୁଁ ମର୍ମାହତ। ଭଗବାନ ତାଙ୍କ ପରିବାରବର୍ଗଙ୍କୁ ଧର୍ଯ୍ୟ ଓ ସାହାସ ଦିଅନ୍ତୁ। ଓଁ ଶାନ୍ତି।’

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ଶୋକପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରଲୋକରେ ରାଜ୍ୟପାଳ ଗଣେଶୀ ଲାଲ୍ ଶୋକପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ନବ ଦାସଙ୍କ ମୃତ୍ୟୁକୁ ନେଇ ଶୋକପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତ। ଘଟଣାକୁ ନେଇ ସେ ଦୁଃଖପ୍ରକାଶ କରିବା ସହ ଏଭଳି ଭାବରେ ଜଣେ ମନ୍ତ୍ରୀଙ୍କୁ ଜନଗହଳିରେ ହତ୍ୟା କରିବାକୁ ନିନ୍ଦା କରିଛନ୍ତି।

   Related Posts