ବାହାନଗା ଟ୍ରେନ୍ ଟ୍ରାଜେଡି, ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

Published By : Prameya-News7 Bureau | June 03, 2023 IST

ଭୁବନେଶ୍ୱର ୦୩/୦୬:ବାହାନଗା ଟ୍ରେନ ଦୁର୍ଘଟଣା ନେଇ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅଧିକାରୀଙ୍କ ସହ ବାଲେଶ୍ୱର ଦୁର୍ଘଟଣାର ସମୀକ୍ଷା କରିବେ । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ପୁରା ସ୍ଥିତିର ସମୀକ୍ଷା କରିସାରିଛନ୍ତି । ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

wp:html /wp:html

ସୂଚନାଥାଉକି, ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା । ଏଯାଏଁ ୨୩୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଉଦ୍ଧାର କାର୍ଯ୍ୟ ଏବେବି ଜାରି ରହିଛି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ । ଏହାସହ ଗୁରୁତର ଆହତ ଓ ଆହତଙ୍କୁ ବାଲେଶ୍ୱର, ଭଦ୍ରକ, ସୋର, ଖନ୍ତାପଡା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା ଦକ୍ଷିଣ-ପୂର୍ବ ରେଳ ବିଭାଗର ସୂଚନା ଦେଇଛି ।

wp:embed {"url":"https://www.prameyanews7.com/bhdrak-collector-visit-injured-people-at-hospital/","type":"wp-embed","providerNameSlug":"prameya-news-7"}
https://www.prameyanews7.com/bhdrak-collector-visit-injured-people-at-hospital/
/wp:embed

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ । ଏହି ଘଟଣା ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଛି ।ଭାରତୀୟ ରେଳ ପାଇଁ ଶୁକ୍ରବାର ଥିଲା କଳା ଦିବସ । ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଲା ଏ ବର୍ଷର ସବିୁଠୁ ବଡ଼ ଟ୍ରେନ୍‌ ଦୁର୍ଘଟଣା । କେହି କିଛି ଜାଣିବା ପୂର୍ବରୁ ଦୁର୍ଘଟଣାର ସମ୍ମୁଖୀନ ହେଲେ ୩ ଟ୍ରେନ୍‌ । ଚାହୁଁଚାହୁଁ ଆଖି ବୁଜିଲେ ଶହ ଶହ ଲୋକ । ବାହାନଗାରେ ଘଟିଥିବା ଏହି ଭୟଙ୍କର ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସଂଖ୍ୟା ୨୮୮ରେ ଛୁଇଁଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଦୁର୍ଘଟଣାରେ ଆହତ ୯୦୦ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.