ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତିରେ ଦେବେ ଯୋଗ

Published By : Prameya-News7 Bureau | June 05, 2025 IST

ଭୁବନେଶ୍ୱର ୦୫।୦୬ : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । 

ଖବର ଅନୁଯାୟୀ, ଦୀର୍ଘ ବର୍ଷ ପରେ ରାଜ୍ୟରେ ବିଜେପି କ୍ଷମତାକୁ ଫେରିଛି । ୨୦୨୪ ଜୁନ୍‌ ୪ ତାରିଖ ଦିନ ଘୋଷଣା ହୋଇଥିବା ରାଜ୍ୟ ବିଧାନସଭା ନିର୍ବାଚନର ଫଳାଫଳ ଅନୁସାରେ  ବିଜେପି ସରକାର ଗଢିଥିଲା । ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଢିଥିଲା । ୧୨ ଜୁନ୍‌ ୨୦୨୪ରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ମାଝୀ । ଆଉ ଅନୁଷ୍ଠିତ ହୋଇଥିବା ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତା । ଆଉ କିଛି ଦିନ ପରେ ରାଜ୍ୟରେ ବିଜେପି ସରକାରକୁ ଏକ ବର୍ଷ ପୂରଣ କରିବ । ଏଥିପାଇଁ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନା କରାଯାଇଛି ।  ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ କେବେ ଓ କେତେବେଳେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.