କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କରୋନା ପଜିଟିଭ୍, ଟ୍ୱିଟ୍ କରି ଦେଲେ ସୂଚନା

Published By : Prameya-News7 Bureau | August 10, 2022 IST

ନୂଆଦିଲ୍ଲୀ ୧୦/୦୮: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ କରୋନା । କୋଭିଡ ପଜିଟିଭ୍ ହୋଇଥିବା ନେଇ ସୂଚନା ମିଳିଛି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ପ୍ରିୟଙ୍କା କହିଛନ୍ତି ଯେ ସେ ପୁଣିଥରେ କରୋନା ପଜିଟିଭ୍ ହୋଇଛନ୍ତି ।

wp:html /wp:html

ସେ କହିଥିଲେ ଯେ ସେ ଘରେ ନିଜକୁ ଆଇସୋଲେଟ କରି ରଖିଛନ୍ତି । ସମସ୍ତ ପ୍ରୋଟୋକଲ ପାଳନ କରୁଛନ୍ତି । ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରିୟଙ୍କା ଗାନ୍ଧୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାପୂର୍ବରୁ ଜୁନ୍ ୩ ରେ ସେ କରୋନା ପଜିଟିଭ୍ ହୋଇଥିଲେ ।

ତା’ପରେ ତାଙ୍କ ମା ଏବଂ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ କରୋନା ରିପୋର୍ଟ ମଧ୍ୟ ପଜିଟିଭ ହୋଇଥିଲା । ଏହା ପରେ ପ୍ରିୟଙ୍କା ଟ୍ୱିଟ୍ କରି କହିଥିଲେ ଯେ ସାମାନ୍ୟ ଲକ୍ଷଣ ପରେ କରୋନା ପରୀକ୍ଷା କରାଯାଇଥିଲା । ରିପୋର୍ଟ ପଜିଟିଭ୍ ଆସିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.