୧୧୮ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ୧୨ ହଜାର କୋଟିର ବ୍ୟୟବରାଦ

NEWS7
professor-arrested-for-commenting-on-hindu-deity

ଟାଙ୍ଗୀ ୭।୧: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଣପୁରର ଗୋଦାବରୀଶ ଉଚ୍ଚ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ (GMAPV) ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରଥମ ପର୍ଯ୍ୟାୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ କରିବା ପାଇଁ ପ୍ରାୟ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଭିତ୍ତିପ୍ରସ୍ତର ସ୍ଥାପନ ହେବା ପୂର୍ବରୁ GMAPV ଯୋଜନାର ଉଦ୍ଦେଶ୍ୟ ଏବଂ ଦୃଷ୍ଟିକୋଣରୁ ପ୍ରଦର୍ଶିତ ଏକ ଖୁଦ୍ର ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା । ପରେ ପରେ ମୁଖ୍ୟମନ୍ତ୍ରୀ ଶିକ୍ଷାର ବ୍ୟବସ୍ଥା ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦୁଝର, ପୁରୀ, ବଲାଙ୍ଗିର, ନବରଙ୍ଗପୁର ଜିଲ୍ଲା ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ କରିବା ପାଇଁ ପ୍ରାୟ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଗାମୀ ୪ ବର୍ଷ ମଧ୍ୟରେ ଅର୍ଥାତ ୨୦୨୫-୨୬ ଠାରୁ ୨୦୨୮-୨୯ ଏହି ଅର୍ଥ ଖର୍ଚ୍ଚ କରାଯିବ । ଏହି ବିଦ୍ୟାଳୟ ଗୁଡିକ ଗ୍ରାମ ପଞ୍ଚାୟତର ଏପରି ଏକ ଗ୍ରାମରେ ସ୍ଥାପନ କରାଯିବ ଯେଉଁଠାରେ ଅନ୍ୟୁନ ୫ ଏକର ଜମି ଉପଲବ୍ଧ ଥିବା ସହିତ ରାସ୍ତାର ବ୍ୟବସ୍ଥା ଥିବ ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଏକାମ୍ର ଭୁବନେଶ୍ବର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ, ଖୋର୍ଦ୍ଧା ଜିଲ୍ଲାପାଳ ଉପସ୍ଥିତ ଥିଲେ ।