ପଞ୍ଜାବ ଅମୃତସରରେ ବିଷାକ୍ତ ମଦର ବନ୍ୟା, ୧୪ ଜଣଙ୍କର ମୃତ୍ୟୁ, ୬ ଗୁରୁତର

Published By : Prameya-News7 Bureau | May 13, 2025 IST

ଅମୃତସର ୧୩/୦୫: ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି । 

ପୁଲିସର କହିବା ମୁତାବକ ଅମୃତସର ଜିଲ୍ଲା ମଜୀଠା ଓ ମଡଇ ଗାଁ ଓ ଭାଗଲି ଗାଁରେ ବିଷାକ୍ତ ମଦ ପିଇବା କାରଣରୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଶବକୁ ପୁଲିସ ଜବତ କରି ପୋଷ୍ଟମର୍ଟମ୍ ପାଇଁ ପଠାଇଛି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଆଶଙ୍କା କରଯାଉଛି । 

ଅମୃତସର ଏସଏସପି ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି, ଏହି ମାମଲାର ଯାଞ୍ଚ ଏବେ ଆରମ୍ଭ ହୋଇଛି । ବିଷାକ୍ତ ମଦ କାରବାରର ମୁଖ୍ୟ ଅଭିଯୁକ୍ତ ପ୍ରଭଜିତ୍ ସିଂଙ୍କୁ ତୁରନ୍ତ ଗିରଫ କରାଯାଇଛି । ଏହାସହ ଏହି ମାମଲାରେ ଅନ୍ୟ ୫ ଅଭିଯୁକ୍ତମାନଙ୍କୁ ଗିରଫ କରି ପୁଲିସ ଯାଂଚ କରୁଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.