ସୋମବାର ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
4/07/2022 at 7:50 AM

ପୁରୀ ୦୪।୦୭: ସୋମବାର ମହାପ୍ରଭୁଙ୍କ ବନକଲାଗି ନୀତି। ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।
ତେବେ ନୀତି ନିର୍ଘଣ୍ଟ ଅନୁସାରେ, ସନ୍ଧ୍ୟା ୬ଟାରେ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବ। ଯଦି ଏପରି ହୁଏ ତେବେ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବାର ଅନୁମାନ କରାଯାଉଛି। ତେବେ ଆଜି ନୀତିକାନ୍ତି ଉପରେ ଏହି ଦର୍ଶନ ବନ୍ଦ ସମୟ ନିର୍ଭର କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Related Posts
କଳିଙ୍ଗା ଡିଏଭି ସ୍କୁଲ ନିକଟରେ ଓଲଟିଲା ସ୍ୱିଫ୍ଟ୍ କାର, ୩ ଆହତ
9 August 2022
ମଦ ବେପାରକୁ ବିରୋଧ କରିବାରୁ ଅପହରଣ ଅଭିଯୋଗ, ଥାନା ଘେରିଲେ ଲୋକେ
9 August 2022