Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ନିଶା ମାଫିଆଙ୍କଠୁ ପଇସା ଖାଉଛି ପୋଲିସ ! ପୁରୀ ଜିଲ୍ଲା ଅବକାରୀ ଇନସ୍‌ପେକ୍ଟର୍‌ଙ୍କ ଚିଠିକୁ ନେଇ ହଇଚଇ

6/06/2022 at 1:29 PM

ଭୁବନେଶ୍ୱର/ପୁରୀ ୦୬।୦୬: ନିଶା ମାଫିଆଙ୍କଠାରୁ ମାସିକିଆ ଟଙ୍କା ସଂଗ୍ରହ କରୁଛନ୍ତି ପୁରୀ ଜିଲ୍ଲାର ଥାନା ଅଧିକାରୀମାନେ ।  ଯାହା ଫଳରେ ଅବକାରୀ ବିଭାଗର ତଦନ୍ତ ପ୍ରକ୍ରିୟା ପ୍ରଭାବିତ ହେଉଛି।  ଅବକାରୀ କମିସନର୍‌ଙ୍କୁ ଏଭଳି ଚାଞ୍ଚଲ୍ୟ ସୃଷ୍ଟିକାରୀ ଚିଠି ଲେଖିଛନ୍ତି ପୁରୀ ଜିଲ୍ଲାର ଅବକାରୀ ଇନସ୍‌ପେକ୍ଟର୍‌ ସଞ୍ଜୟ କୁମାର ପଣ୍ଡା।  ଜୁନ୍‌ ୪ ତାରିଖରେ ସେ ଏକ ଚିଠି(ଡି.ବି ନଂ ୧୨)ରେ ଅବକାରୀ କମିସନର୍‌ଙ୍କ କଟକ ଠିକଣାରେ ଲେଖିଛନ୍ତି ।   ଏହା ସହିତ ସମାନ ଚିଠି ପୁରୀ ଜିଲ୍ଲାପାଳ, ପୁରୀ ପୁଲିସ ଏସ୍‌ପି, ପୁରୀ ଅବକାରୀ ଏସ୍‌ପିଙ୍କୁ ମଧ୍ୟ ପଠାଇଛନ୍ତି।  

ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ‘ପୁରୀ ଜିଲ୍ଲାରେ ଗଲା ଏକ ବର୍ଷ ହେବ ଯେତେବେଳେ ଅବକାରୀ ଅଧିକାରୀମାନେ ନିଶା କାରବାର କରୁଥିବା ଦୁର୍ବୃତ୍ତଙ୍କୁ ଗିରଫ କରୁଛନ୍ତି । ସେମାନେ ଥାନା ପୋଲିସକୁ ମାସିକିଆ ଟଙ୍କା ଦେଉଥିବା କହୁଛନ୍ତି।  ତେଣୁ ‘‘ଅବକାରୀ ବାଲାଙ୍କୁ ଖାତିର କରୁନାହାନ୍ତି ବୋଲି ଦୁର୍ବୃତ୍ତମାନେ କହୁଛନ୍ତି।  ଏହାଫଳରେ ଥାନା ଅଧିକାରୀଙ୍କ ଦ୍ବାରା ଅଳ୍ପ ସଂଖ୍ୟକ ଅବକାରୀ ମାମଲା ଠାବ ହେଉଛି । ବିଭାଗର ଜଣେ ଦାୟିତ୍ବବାନ୍ ଅଧିକାରୀ ହିସାବରେ ଅଳ୍ପ କର୍ମଚାରୀ, ଅଳ୍ପ ଦରମା, ବିନା ଗାଡ଼ି, ବିନା କ୍ବାର୍ଟର୍ସ, ବିନା ମେଡାଲ୍‌ରେ ହତୋତ୍ସାହିତ ଅନୁଭବ କରୁଛି। ତେଣୁ  ପୁଲିସ କର୍ମଚାରୀଙ୍କ ଏ ପ୍ରକାର ଅସାଧୁ କାର୍ଯ୍ୟକଳାପକୁ ବନ୍ଦ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇ ଆମକୁ କଠିନ ପରିଶ୍ରମ, ସଚ୍ଚୋଟତା ପାଇଁ ପୁରସ୍କୃତ କରାଯିବା ଉଚିତ ବୋଲି ସେ  ଚିଠିରେ ଦର୍ଶାଇଛନ୍ତି । ଚିଠିଟି ଏବେ ଉଭୟ ଅବକାରୀ ବିଭାଗ ଏବଂ ଓଡ଼ିଶା ପୋଲିସରେ ହଟଚମଟ ସୃଷ୍ଟି କଲାଣି। କିନ୍ତୁ ଚିଠି ସମ୍ପର୍କରେ ଅବକାରୀ ବିଭାଗର ବରିଷ୍ଠ ଅଧିକାରୀମାନେ ମୁହଁ ଖୋଲୁନାହାନ୍ତି।

ସେପଟେ ଏହି ଚିଠି ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଅବକାରୀ କମିଶନର ଆଶିଷ ସିଂହ । ସେ କହିଛନ୍ତି ଯେ, “ଚିଠି ସମ୍ବନ୍ଧରେ ମୋ ପାଖରେ କୌଣସି ସୂଚନା ନାହିଁ” । ନିୟମ ଅନୁସାରେ ପ୍ରଥମେ ପୁରୀ ଜିଲ୍ଲାପାଳ ଓ ଅବକାରୀ ଅଧିକ୍ଷକଙ୍କୁ ଯିବ ଚିଠି ।

   Related Posts