Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କୃଷ୍ଣ-ବଳରାମ ବେଶ, ବଡ଼ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

25/08/2022 at 7:42 AM

ପୁରୀ ୨୫।୦୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି କୃଷ୍ଣ ବଳରାମ ବେଶରେ ସୁସଜ୍ଜିତ ହେବେ। ଏହି ବେଶରେ ଉଭୟ କୃଷ୍ଣ ଅର୍ଥାତ ମହାପ୍ରଭୁ ଜଗନ୍ନାଥ ଏବଂ ବଳରାମ ଅର୍ଥାତ ପ୍ରଭୁ ବଳଭଦ୍ର କାଠ ତିଆରି ୨ଟି ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି। ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ।

ସେହିପରି ବଳରାମଙ୍କ ଡାହାଣ ହାତରେ ଶିଘାଂ ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ। କିରୀଟ ଉପରେ ସପ୍ତଫେଣିଆ ସର୍ପ ମଧ୍ୟ ବିରାଜମାନ କରିଥାନ୍ତି । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥିବା ବେଳେ ଏହି ପାଗଦ୍ୱୟ କିରୀଟଯୁକ୍ତ ହୋଇଥାଏ। ରତ୍ନ ସିଂହାସନ ଉପରେ ଖଞ୍ଜା ଯାଇଥିବା ଏକ କ୍ଷୁଦ୍ର କାଠ ନିର୍ମିତ ତଥା ଜରି ଜମ୍ୱୁରାରେ ଆଛାଦିତ ସିଂହାସନରେ ଚକାମୁଣ୍ତି ପକାଇ ପ୍ରଭୁ ପଦ୍ମାସନରେ ଉପନିବଶ କରନ୍ତି। ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ୱ ଫୁଲ ଶୋଭାପାଇଥାଏ।

   Related Posts