ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି, ଶ୍ରୀମନ୍ଦିରରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା
6/03/2023 at 8:59 AM

ପୁରୀ ୦୫।୦୩ : ଶ୍ରୀମନ୍ଦିରରେ ଦୋଳପୂର୍ଣ୍ନିମା ପୂର୍ବଦିନ ଅର୍ଥାତ ସୋମବାର (ଆଜି) ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ଖବର ଅନୁଯାୟୀ, ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।
Related Posts
ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
22 March 2023