scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରବିବାରଠୁ ସକ୍ରିୟ ହେବ ଆଉ ଏକ ପଶ୍ଚିମାଝଡ, ଆଗାମୀ ୪ ଦିନ ସାରା ରାଜ୍ୟରେ ବର୍ଷା

25/03/2023 at 5:02 PM

ଭୁବନେଶ୍ବର ୨୫।୩: ରବିବାରଠୁ ରାଜ୍ୟରେ ପୁଣି ସକ୍ରିୟ ହେବ ପଶ୍ଚିମାଝଡ଼ । ଫଳରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଓଡ଼ିଶାରେ ପଶ୍ଚିମାଝଡ଼ର ପ୍ରଭାବ ରହିବା ସହ ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କେଉଁଝର, ମୟୂରଭଞ୍ଜ ବାଲେଶ୍ଵର, ଭଦ୍ରକ, ଯାଜପୁର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କୋରାପୁଟ ରାୟଗଡ଼ା, ଗଜପତି, ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

୨୬ ତାରିଖ ଅର୍ଥାତ ରବିବାରଠାରୁ ରାଜ୍ୟରେ ବଢ଼ିବ ବର୍ଷାର ବିସ୍ତୃତି ଓ ପରିମାଣ । ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ନେଇ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡିଶାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ପାଣିପାଗ ବିଭାଗ । ସେହିପରି ୨୭ ତାରିଖରେ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା । ପୁଣି ଆସନ୍ତା ୩୦ରେ ଆଉ ଏକ ପଶ୍ଚିମାଝଡର ସମ୍ଭାବନା ରହିଛି ।

   Related Posts