ପାଣିପାଗ ବିଭାଗର ଆଲର୍ଟ, କାଳବୈଶାଖୀ ପ୍ରଭାବରେ ବର୍ଷା ସହ ଘଡ଼ଘଡ଼ି

Published By : Prameya-News7 Bureau | April 28, 2025 IST

ଭୁବନେଶ୍ୱର ୨୮।୦୪ : କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।  ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । 

ଆଗକୁ ଦିନ ତାପମାତ୍ରା ଆହୁରି କମିପାରେ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ ଦିନର ତାତି ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ। ପବନର ଝଟ୍‌କା ୫୦ରୁ ୬୦ କିମି ବେଗ ଯାଏ ଛୁଇଁପାରେ  ବୋଲି ମଧ୍ୟ ପାଣିପାଗ ବିଭାଗ ସତର୍କ କରାଇଛି । 

କେବଳ ଏହି ୯ଟି ଜିଲ୍ଲା ନୁହେଁ, ବାକି ଜିଲ୍ଲାରେ ବି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼,  ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କାଳବୈଶାଖୀ  ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଜୋର୍‌ରେ ପବନ ବହିବା ସହ ପବନର  ଝଟ୍‌କା ୪୦ରୁ ୫୦ କିମି ଯାଏ ଛୁଇଁପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । 

  • Weather
  • Weather Forecast
  • Weather update
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.