ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

Published By : Prameya-News7 Bureau | August 16, 2025 IST

ଭୁବନେଶ୍ୱର ୧୬।୦୮: ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଲଘୁଚାପ ସକ୍ରିୟ। ଏହା ପ୍ରଭାବରେ ୨୦ ତାରିଖ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତରର ଓଡ଼ିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ। ପବନରେ ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ଶନିବାର ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ରବିବାର, ସୋମବାର ବି ଏଭଳି ପାଗ ସମ୍ଭାବନା ଅଛି । ମଙ୍ଗଳବାରଠାରୁ ବର୍ଷା ପ୍ରକୋପ କମିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଆସନ୍ତା ୧୯ ତାରିଖବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ହୋଇପାରେ । ଏହା ଉତ୍ତର ଓଡ଼ିଶା ଆଡ଼କୁ ଗତି କରିବା ସମ୍ଭାବନା ଅଛି । ସେହିପରି ୨୭ ତାରିଖବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି ।

 

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.