ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଧାନବାଦ ଉପରେ ଲଘୁଚାପ ବଳୟ, ଓଡିଶାର ୨ ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା

30/09/2021 at 8:01 AM

ଭୁବନେଶ୍ୱର ୩୦/୦୯: ବଙ୍ଗୋରସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ସନ୍ଧ୍ୟାରେ ଝାଡ଼ଖଣ୍ଡ ଧାନବାଦ ଉପରେ ଥିଲା । ଏହାର ପ୍ରଭାବରେ ବାଲେଶ୍ୱର, ବାରିପଦା ଓ ଭଦ୍ରକରେ ବର୍ଷା ହୋଇଛି । ଗୁରୁବାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରଥିଲା । ତେବେ ଗୁରୁବାର ସକାଳ ଭିତରେ ଉପକୂଳ ଓଡ଼ିଶା ସଂଲଗ୍ନ ଅଞ୍ଚଳରେ ବର୍ଷା କମିଯିବ । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ଶୁକ୍ରବାର ସୁନ୍ଦରଗଡ଼ରେ ବର୍ଷା ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ । ତେବେ ପଡୋଶୀ ଝାଡ଼ଖଣ୍ଡରେ ୩ ଦିନ ବର୍ଷା ଲାଗି ରହିବ । ରାଞ୍ଚିରେ ପ୍ରବଳ ବର୍ଷା ହେବ ବୋଲି ଡ. ପଶୁପାଳକ କହିଛନ୍ତି । ଉପରମୁଣ୍ଡରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ସୁବର୍ଣ୍ଣରେଖାରେ ଜଳସ୍ତର ବଢ଼ିବା ସହ ବନ୍ୟା ଆସିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ମଧ୍ୟ ଅନୁରୂପ ଆକଳନ କରିଛି ।

   Related Posts