oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମଙ୍ଗଳବାରଠୁ ବଢିବ ବର୍ଷା, ୯ ଜିଲ୍ଲାରେ ପ୍ରବଳ ଛେଚିବ

11/01/2022 at 7:48 AM

ଭୁବନେଶ୍ୱର,୧୧/୦୧: ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାରଠୁ ବର୍ଷା ଆରମ୍ଭ ହୋଇଛି । ପଶ୍ଚିମରେ ଠାଏ ଠାଏ ବର୍ଷା ହୋଇଛି । ସୁନ୍ଦରଗଡ଼, ବଲାଙ୍ଗୀର ଓ ସୋନପୁରରେ ସ୍ୱଳ୍ପ ପରିମାଣରେ ବର୍ଷିଛି । ତେବେ ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।

ସୁନ୍ଦରଗଡ଼ର ବରଗାଁ ଷ୍ଟେସନରେ ୨.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ରେ ୨.୧, ଖପ୍ରାଖୋଲରେ ୨ ଓ ସୋନପୁରର ଡୁଙ୍ଗୁରୁପାଲିରେ ୨ମିଲିମିଟର ବର୍ଷା ରେକର୍ଡ ହୋଇଛି । ମଙ୍ଗଳବାର ରାଜ୍ୟତମାମ ବର୍ଷା ହୋଇପାରେ । ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଅଧିକ ପରିମାଣରେ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏ ସବୁ ଜିଲ୍ଲାରେ ୱାଇଡ୍‌ ସ୍ପ୍ରେଡ୍‌ ବା ଅଧିକ ପରିମାଣରେ ବର୍ଷା ହେବ ।

ସେହିଭଳି ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଫେୟାରଲି ୱାଇଡ୍‌ ସ୍ପ୍ରେଡ୍‌ ବା ୫୧ରୁ ୭୫% ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

   Related Posts