Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

୮ ତାରିଖ ଯାଏଁ ପ୍ରବଳ ବର୍ଷିବ, ଭିଜିବ ଉପକୂଳ ଓ ଦକ୍ଷିଣ

5/09/2022 at 7:55 AM

ଭୁବନେଶ୍ୱର ୦୫/୦୯: ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହୋଇପାରେ । କିଛି ସ୍ଥାନରେ ହାଲୁକା ତ’ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ତେବେ ୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୫ରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରେ ହାଲୁକା ବର୍ଷିପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

୬ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୭ରେ ମଧ୍ୟ ଦକ୍ଷିଣ ଓଡିଶାର ଠାଏ ଠାଏ ସ୍ଥାନରେ ପ୍ରବଳ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷିବ । ୮ରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର କିଛି ସ୍ଥାନରେ ଅଧିକ ବର୍ଷିପାରେ ବୋଲି ପାଣିପାଗ ଆକଳନ କରିଛି ।

ରବିବାର ସନ୍ଧ୍ୟା ଭିତରେ ପାରଳାଖେମୁଣ୍ଡିରେ ୫୭ ମିଲିମିଟର ବର୍ଷା ହୋଇଛି । ବାଲେଶ୍ୱରରେ ୪୫, ଟିଟିଲାଗଡରେ ୨୧, ହୀରାକୁଦରେ ୧୬.୮ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧ ହରଭଙ୍ଗାରେ ସର୍ବାଧିକ ୯୦ମିମି ବର୍ଷା ହୋଇଛି । ଫିରିଙ୍ଗିଆରେ ୮୧.୪, ରିଆମାଳରେ ୭୪, ବାଙ୍କିରେ ୭୨, ଢେଙ୍କାନାଳରେ ୭୦, ପାଇକମାଳରେ ୬୩, ଯାଜପୁରରେ ୬୨ ଓ ଯାଜପୁରରେ ୫୨ ମିମି ବର୍ଷା ହୋଇଛି ।

   Related Posts