suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

୪ ଦିନ ପ୍ରବଳ ବର୍ଷା, ଭିଜିବ ଉପକୂଳ ଓ ଦକ୍ଷିଣ

10/09/2022 at 7:39 AM

ଭୁବନେଶ୍ୱର, ୧୦|୦୯:  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ଦକ୍ଷିଣରେ ଭାରୀ ବର୍ଷା ହୋଇପାରେ । ଉପକୂଳର କିଛି ଜିଲ୍ଲାରେ ବି ଅଧିକ ବର୍ଷିବ । ୧୧, ୧୨ ଓ ୧୩ ତାରିଖରେ ବି ଭୀଷଣ ବର୍ଷିପାରେ ।

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ଏଭଳି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ୧୮ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟାରେ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ କୂଳରେ ରହିବ । ପାଣିପାଗ ବିଭାଗର ଦୁଇଟି ମଡେଲ୍‌ କହୁଛି ଏହା ଗଭୀର ଅବପାତର ରୂପ ନେଇପାରେ । ଏହା ପ୍ରଭାବରେ ଶନିବାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାରେ ହାରାହାରି ବର୍ଷା ପରିମାଣ ୭ରୁ ୨୦ସେମି ରହିବ । ଏଥିପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ବି ଅଧିକ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

୧୧ ତାରିଖରେ କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ସୋନପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବି ଭାରୀ ବର୍ଷା ହେବ । ୧୨ ଓ ୧୩ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ ଲଗାଇଛି ।

ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗୋପାଳପୁରରେ ୩୧.୪, ପୁରୀରେ ୨୧, ଢେଙ୍କାନାଳରେ ୧୭.୩, ଚାନ୍ଦବାଲିରେ ୧୩.୬ ମିଲିମିଟର ବର୍ଷା ହୋଇଛି । ସନ୍ଧ୍ୟାରେ କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ହୋଇଛି ।

   Related Posts