ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା

24/05/2022 at 7:42 AM

ଭୁବନେଶ୍ୱର ୨୪/୦୫: ରାଜ୍ୟରେ ଗରମ ଆହୁରି କମିବ । ଖରା କମିବା ସହ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ । ଏଣିକି ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । କିନ୍ତୁ ଗୁଳୁଗୁଳି କମିବନି । ଆର୍ଦ୍ରତା ଅଧିକ ଯୋଗୁ ଗୁଳୁଗୁଳି ଅଧିକ ହେବ । ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି ।

ସୋମବାର ଉପକୂଳ ଓଡ଼ିଶାରେ ପାଗ ପ୍ରାୟତଃ ଥଣ୍ଡା ରହିଛି । ଭୁବନେଶ୍ୱର, କଟକ, ଗୋପାଳପୁର, ପୁରୀ, ଭଦ୍ରକ, ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ତାପମାତ୍ରା ୩୮ ଡିଗ୍ରୀରୁ କମ୍‌ ରହିଛି । ଟିଟିଲାଗଡ଼ ଓ ବୌଦ୍ଧର ସର୍ବାଧିକ ତାପମାତ୍ରା ୪୨.୫ଡିଗ୍ରୀ ଥିଲା । ନୂଆପଡ଼ାର ୪୧, ବଲାଙ୍ଗୀରର ୪୧.୮, ଭବାନୀପାଟଣାର ୪୧.୨ ତାପମାତ୍ରା ରେକର୍ଡ ହୋଇଛି । ବରଗଡ଼, ଯାଜପୁର, ସୋନପୁର ଓ ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ଆଗାମୀ ୩ ଦିନ ଯାଏ ଦିନବେଳାର ତାପମାତ୍ରା ଅପରିବର୍ତ୍ତିତ ରହିବ । ଏହାପରେ ତାପମାତ୍ରା କ୍ରମଶଃ ୨ରୁ ୩ଡିଗ୍ରୀ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି । ସେହିଭଳି ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ଜାରି କରାଯାଇଛି ।

   Related Posts