ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

Published By : Prameya-News7 Bureau | July 24, 2019 IST

ଭୁବନେଶ୍ବର ୨୪|୭: ତାତିରୁ ମିଳିବ ଆଶ୍ବସ୍ତି । ରାଜ୍ୟର ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି କାଲି ଭିତରେ ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ନୂଆଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ସୁନ୍ଦରଗଡ଼, ଦେଓଗଡ଼, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର ଆଦି ଜିଲ୍ଲା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.