ଆସନ୍ତା ୨୪ ଘଣ୍ଟାରେ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୬ ପରେ ବଢିବ ବର୍ଷାର ପରିମାଣ
13/07/2019 at 10:03 AM

ଭୁବନେଶ୍ବର ୧୩|୭: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୬ତାରିଖ ପରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ । ଏପରିକି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ସେହିପରି ୧୬ ତାରିଖ ଯାଏଁ ବଡ଼ ବର୍ଷା ହେବାର ସମ୍ଭାବନା ନଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୬ ତାରିଖ ପରେ ବର୍ଷା ପଢିପାରେ । କାଲିଠୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ।