ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

Published By : Prameya-News7 Bureau | September 21, 2019 IST

ଭୁବନେଶ୍ବର ୨୧।୯: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରର ଓଡିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇପାରେ ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ ଟୁ ବି ୟୁନିର୍ଭସିଟିର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ଏହା ପୂର୍ବାନୁମାନ କରିଛନ୍ତି ।

ଆସନ୍ତା ୨ରୁ ୩ ଦିନ ରାଜ୍ୟରେ ବିଶେଷ ବର୍ଷା ଆଶଙ୍କା ନାହିଁ। ଅଳ୍ପ କେତେକ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ୨୪ ତାରିଖ ଅପରାହ୍ନ କିମ୍ବା ରାତିରୁ ବର୍ଷା ପରିମାଣ ବଢିବ ବୋଲି ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓଡିଶାରେ ଅଧିକ ବର୍ଷା ହେବ । ଆସନ୍ତା ୨୪ ଓ ୨୫ରେ ଉପକୂଳ ଅଞ୍ଚଳରେ ବର୍ଷା ପରିମାଣ ଅଧିକ ରହିବ । ଆସନ୍ତା ୨୬ରୁ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷାର ପରିମାଣ ବଢିବ । ଦକ୍ଷିଣର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବ ।

ଆସନ୍ତା ୨୭ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ କମିବ । ଆଜି ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ନୂଆପଡା, ନବରଙ୍ଗପୁରରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.