ଆଜିଠୁ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା : ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
23/02/2020 at 7:54 AM

ଭୁବନେଶ୍ବର ୨୩।୨: ଆଜିଠାରୁ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଦିନ ଧରି ରାଜ୍ୟର ବିଭନ୍ନ ସ୍ଥାନରେ ପୁଣି ଅଦିନିଆ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।
ଆଜି ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଦେଓଗଡ, କେଉଁଝର ଓ ମୟୂରଭଂଜ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବା ନେଇ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସେହିପରି ଆସନ୍ତାକାଲି ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, କେଉଁଝର ଓ ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସେହିପରି ୨୫ ତାରିଖରେ କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ଓ ପୁରୀରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୨୬ ତାରିଖରେ ଆଭ୍ୟନ୍ତରୀଣ ଓଡିଶାର ମୟୂରଭଞ୍ଜ, କେଉଁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ଘଡଘଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ଆସନ୍ତା ତିନି ଚାରି ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରରେ କୌଣସି ପରିବର୍ତ୍ତନ ହେବା ନାହିଁ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।