ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଝଡବର୍ଷା ସମ୍ଭାବନା

21/03/2020 at 1:12 PM

ଭୁବନେଶ୍ବର ୨୧।୩: ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ଏହାସହ ଘଡଘଡି ବିଜୁଳି ମଧ୍ୟ ଦେଖିବାକୁ ମିଳିଛି । ଏହି ସମୟରେ କିଛି ସ୍ଥାନରେ ପବନ ବହିଥିଲା । ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ହେବ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି ।

ସେହିଭଳି ଆସନ୍ତା ୨୨ତାରିଖ ଏବଂ ୨୩ ତାରିଖରେ ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

   Related Posts