krs-728-90-banner (1)
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

୬ ଘଣ୍ଟାରେ ଅବପାତ, ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷା ସମ୍ଭାବନା

15/11/2023 at 10:45 AM

ଭୁବନେଶ୍ୱର ୧୫/୧୧: ରାଜ୍ୟରେ ୬ ଘଣ୍ଟାରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଟିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ୬ ଘଣ୍ଟାରେ ଅବପାତରେ ପରିଣତ ହେବ ।

ସୂଚନା ଥାଉକି, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ନିକୋବର ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗଦିରେ ଗତି କରି ଅବପାତ ରୂପ ନେବ । ଏହା ପ୍ରଭାବରେ ରାଜ୍ୟର ବିଭିବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଯିବ । ୧୬ରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରେ ପ୍ରବଳରୁ ଅତି ପ୍ରତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭା ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବୁଧବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଅବପାତରେ ପରିଣତରି ପରେ ଏହା ପୁଣି ଉତ୍ତର ପଶ୍ଚିମ ମୁହାଁ ମୁହିଁ ହୋଇ ଆଗକୁ ବଢ଼ିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଏହା ତୀବ୍ର ଅବପାତରେ ପରିଣରିତ ହେବ । ପରେ ପୁଣି ଗତି ବଦଳାଇ ୧୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ପହଞ୍ଚିବ ।

   Related Posts