oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ : ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ବି ଉପସ୍ଥିତ

26/01/2022 at 9:25 AM

ଭୁବନେଶ୍ୱର ୨୬।୦୧: ଭୁବନେଶ୍ବର ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ପାଳନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଉଥିଲେ । ପ୍ରଥମ ଥର ପାଇଁ ଭାଗ ନେଇଛନ୍ତି ବିଏସଏଫ ଯବାନ ।

ସେହିପରି ପରେଡରେ ଭାଗ ନେଇଥିବା ସମସ୍ତ ସଦସ୍ୟଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା ।

ସେପଟେ କଟକ ବାରବାଟୀ ଷ୍ଟାଡିୟମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି । ଚଳିତ ବର୍ଷ ୪ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଛନ୍ତି । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷ ୩୨ ଜଣ କରୋନା ଯୋଦ୍ଧାଙ୍କୁ ସମ୍ମାନୀତ କରାଯାଇଥିଲା ।

   Related Posts