ଶ୍ରୀମନ୍ଦିରରେ ପୌଷ ପୁର୍ଣ୍ଣିମା ଦେବାଭିଷେକ ନୀତି ସହ ପରଂପରା ଅନୁଯାୟୀ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ

Published By : Prameya-News7 Bureau | January 22, 2019 IST

ପୁରୀ ୨୨/୧: ଶ୍ରୀମନ୍ଦିରରେ ପୌଷ ପୁର୍ଣ୍ଣିମା ଦେବାଭିଷେକ ନୀତି ସହ ପରଂପରା ଅନୁଯାୟୀ ଶ୍ରୀନହରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ ହୋଇଛି। ପୌଷ ପୁର୍ଣ୍ଣିମା ପୁଷ୍ୟା ନକ୍ଷତ୍ରରେ ଶ୍ରୀନହରରେ ଗଜପତିଙ୍କର ପରଂପରା ଏବେ ବି ଚାଲୁ ରହିଛି। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତିକୁ ଆଧାର କରି ପୁରୀ ଗଜପତି ମହାରାଜାଙ୍କ ରାଜାଭିଷେକ ଉତ୍ସବ ପାଳନ କରାଯାଇଥାଏ।  ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନହରରେ ପାରଂପରିକ ଗଜପତିଙ୍କ ପୋଷାକରେ ସିଂହାସନରେ ବସିବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା।

{"id":76741}

ମନ୍ତ୍ର ସ୍ନାନ, ଅଭିସିକ୍ତ ଜଳଛିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା।  ଶ୍ରୀନହର ଚଳଚଞ୍ଚଳ ହୋଇ ଉଠିଥିଲା।  ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣ ମାନେ ଗଜପତିଙ୍କୁ ପଇତା ଦାନ କରି ଆର୍ଶୀବାଦ ପ୍ରଦାନ କରିଥିଲେ। ରାଜ ପୁରୋହିତଙ୍କ ସହ ଅନ୍ୟ ବ୍ରାହ୍ମଣ ମାନେ ମଧ୍ୟ ମନ୍ତ୍ର ଉଚ୍ଚାରଣ କରି ଏହି ଉତ୍ସବରେ ଗଜପତି ମହାରାଜାଙ୍କ ଉଜ୍ଜଳ ଭବିଷ୍ୟତ ଏବଂ ମଙ୍ଗଳ କାମନା କରିଥିଲେ। ପରେ ଗଜପତିଙ୍କୁ ବ୍ରାହ୍ମଣ ମାନେ ବସ୍ତ୍ର, ଫଳ ଆଦି ଦେଇଥିଲେ। ଏହା ପରେ ଗଜପତିଙ୍କ ରାଜାଭିଷେକ ପର୍ବ ସଂପର୍ଣ୍ଣ ହୋଇଥିଲା।                            

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.