ପବିତ୍ର ରାକ୍ଷୀ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ଶୁକ୍ରବାର ପାଳିତ ହେବ ରାକ୍ଷୀ ପୂର୍ଣ୍ଣିମା, ଦୁଇ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

Published By : Prameya-News7 Bureau | August 11, 2022 IST

ପୁରୀ ୧୧।୦୮:  ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ରାକ୍ଷୀ ପୂର୍ଣ୍ଣିମା ଥିବାରୁ ଶ୍ରୀମନ୍ଦିରରେ ଶୁକ୍ରବାର ପାଳିତ ହେବ ରାକ୍ଷୀ ପୂର୍ଣ୍ଣିମା। ଭାଇ, ଭଉଣୀ, ମଧ୍ୟରେ ସ୍ନେହ ପ୍ରେମର ପ୍ରତୀକ ହେଉଛି ରାକ୍ଷୀ। ସାରା ଜୀବନ ଭଉଣୀର ସୁରକ୍ଷା ପାଇଁ ଭାଇ ଜାଗ୍ରତ ଥାଏ।

ତେବେ ଏହି ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥ ଦୁଇଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଷୋୟୀ ସେବାୟତ ସମସ୍ତ ରାକ୍ଷୀ ପ୍ରସ୍ତୁତ କରି ରଖିଛନ୍ତି। ଚାରୋଟି ବଡ଼ ରାକ୍ଷୀ ସହ ଗୁଆମାଳ ମଧ୍ୟ ପ୍ରସ୍ତୁତ କରିଛନ୍ତି ଏହି ସେବାୟତ।

ରଙ୍ଗବେରଙ୍ଗ ବାସୁଙ୍ଗା ପାଟରେ ପ୍ରସ୍ତୁତ ଏହି ରାକ୍ଷୀ ଶୁକ୍ରବାର ଶ୍ରୀମନ୍ଦିରକୁ ଯିବା ପରେ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଯୋଗାଇ ଦିଆଯାଇଥିବା ରଙ୍ଗବେରଙ୍ଗ ବାସୁଙ୍ଗା ପାଟରେ ପ୍ରସ୍ତୁତ କରାଯାଇଛି ଏହି ରାକ୍ଷୀ।

ବଳଭଦ୍ରଙ୍କ ପାଇଁ ବାଇଗଣୀ-ନୀଳ ଓ ଜଗନ୍ନାଥଙ୍କ ପାଇଁ ହଳଦିଆ-ନାଲି ୨ ଟି ଲେଖାଏଁ ରାକ୍ଷୀ ପ୍ରସ୍ତୁତ କରାଯାଇଛି। ପାଟରା ବିଷୋୟୀ ଜଗନ୍ନାଥ ପାତ୍ର ବେଶ ନିଷ୍ଠାର ସହ ଏହି ରାକ୍ଷୀ ପ୍ରସ୍ତୁତ କରୁଥିବା ବେଳେ ତାଙ୍କ ନାତି ମଧ୍ୟ ତାଙ୍କୁ ସହଯୋଗ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.