ପୁରୀ: ଆଜି ପବିତ୍ର ଶ୍ରୀରାମ ନବମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମ ଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ତପ ପରେ ଏହି ଜନ୍ମନୀତି ପାଳନ ହେବ। ଏଥିପାଇଁ ସନ୍ଧ୍ୟା ୫ ଟା ରୁ ରାତ୍ର ୧୦ ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତା ବିବାହ ଏବଂ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ପ୍ରତ୍ୟେକ ଦିନ ଶ୍ରୀମନ୍ଦିରରେ ପାଳନ ହେବ।

ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି। ସେପଟେ ପୁରୀ ରେଳଷ୍ଟେସନ ନିକଟ ଶ୍ରୀରାମ ମନ୍ଦିରରେ ମଧ୍ୟ ସକାଳୁ ସକାଳୁ ପ୍ରବଳ ଭକ୍ତଙ୍କ ଭିଡ ଜମିଛି। ପ୍ରଭୁ ଶ୍ରୀରାମଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ରଖୁଥିବା ଭକ୍ତ ଶ୍ରଦ୍ଧାଳୁ ମାନେ ସକାଳୁ ମନ୍ଦିର ଆସି ଦର୍ଶନ କରୁଛନ୍ତି।

​​​​​​​Also Read...ତୁମେ ମର୍ଯ୍ୟାଦାପୁରୁଷ, ତୁମେ ତ୍ରାଣକର୍ତ୍ତା, ତୁମେ କଷ୍ଟକୁ କର ସହଜ....ତୁମରି ଚରଣେ କୋଟି କୋଟି ନମନ

ଭକ୍ତ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀରାମ ମନ୍ଦିର କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏପଟେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ରାମନବମୀ ଅବସରରେ କଟକ କରତକଳରେ କାଠ ଚିରଟ କାର୍ଯ୍ୟର ଅନୁକୂଳ ହେବ।ଏଥିପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ମାଳ ମାହାର୍ଦ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନ ର ବରିଷ୍ଠ ଅଧିକାରୀଙ୍କ ସହ ଏକ ପ୍ରତିନିଧି ଦଳ କଟକ ଅଭିମୁଖେ ଯାତ୍ରା କରିବେ।