vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ନୂଆ ଲୁକ୍‌ରେ ନଜର ଆସିଲେ ରଣଦୀପ୍‌ ହୁଡ୍ଡା, ରିଲିଜ୍‌ ହେଲା ଫିଲ୍ମ ‘ସ୍ବତନ୍ତ୍ର ବୀର ସାବରକର’ର ଫାଷ୍ଟ ଲୁକ୍‌

28/05/2022 at 12:27 PM

ମୁମ୍ବାଇ ୨୮।୦୫: ବଲିଉଡ ଜଣାଶୁଣା କଳାକାର ରଣଦୀପ ହୁଡା ତାଙ୍କ ଅଭିନୟ ବଳରେ ଲୋକପ୍ରିୟ ହୋଇପାରିଛନ୍ତି। ବର୍ତ୍ତମାନ ତାଙ୍କ ଆଗାମୀ ଫିଲ୍ମ ସ୍ବତନ୍ତ୍ର ବୀର ସାବରକର ଫାଷ୍ଟ ଲୁକ୍‌ ରିଲିଜି ହୋଇଛି । ଏଥିରେ ରଣଦୀପ ମୁଖ୍ୟ ଭୂମିକାରେ ଥିବା ବେଳେ ଏକ କଳା କ୍ୟାପ୍ ଏବଂ ଗୋଲ ଚଷମା ପିନ୍ଧି ଥିବାର ଦେଖିବାକୁ ମିଳିଛି। ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ୧୩୯ ତମ ଜନ୍ମ ବାର୍ଷିକୀ ଅବସରରେ ଫିଲ୍ମର ଫାଷ୍ଟ ଲୁକ୍‌ ସେୟାର କରାଯାଇଛି । ଏନେଇ ଫିଲ୍ମର ସମାଲୋଚକ ତରନ ଆଦର୍ଶ ଟ୍ୱିଟ୍ କରି ଏହାର ସୂଚନା ଦେଇଛନ୍ତି।

ତରନ ଆଦର୍ଶ ଟ୍ୱିଟ୍ କରି ଫିଲ୍ମର ଫାଷ୍ଟ ଲୁକ୍ ସେୟାର କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ ବୀର ସାବରକର ଜନ୍ମ ବାର୍ଷିକୀରେ ରଣଦୀପ ହୁଡାଙ୍କ ଫିଲ୍ମ ‘ସ୍ବତନ୍ତ୍ର ବୀର ସବରକର’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ଏହି ଫିଲ୍ମ ପାଇଁ ହୁଡା ଖୁବ୍‌ ପରିଶ୍ରମ କରୁଛନ୍ତି। ସେ ନିଜର ଓଜନ ମଧ୍ୟ ହ୍ରାସ କରିଛନ୍ତି ।

ଏହି ଫିଲ୍ମର ସୁଟିଂ ଅଗଷ୍ଟ ୨୦୨୨ ରୁ ଆରମ୍ଭ ହେବ। ଫିଲ୍ମର ମୁଖ୍ୟ ଭୂମିକାରେ ରଣଦୀପ ହୁଡା ଥିବା ବେଳେ ଏହାକୁ ସନ୍ଦୀପ ସିଂ ଏବଂ ଆନନ୍ଦ ପଣ୍ଡିତ ପ୍ରଯୋଜନା କରିଛନ୍ତି।  ଏହି ଫିଲ୍ମକୁ ମହେଶ ମାଞ୍ଜରେକର ନିର୍ଦ୍ଦେଶନା ଦେଇଛନ୍ତି। ଲଣ୍ଡନ, ମହାରାଷ୍ଟ୍ର ଏବଂ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ବିଭିନ୍ନ ସ୍ଥାନରେ ଏହାର ସୁଟିଂ କରାଯିବ । ଏହି ଫିଲ୍ମଟି ଭାରତର ସ୍ୱାଧୀନତା ଆନ୍ଦୋଳନକୁ ଆଲୋକିତ କରିବ

   Related Posts