ଭୁବନେଶ୍ୱର ୩୧।୧୦ : ଆଜି ଏକତା ଦିବସ । ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।

କ୍ରୀଡ଼ାମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାପରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ଓ ଏକତା ପଦଯାତ୍ରାର ଆୟୋଜନ କରାଯାଉଛି। ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଆଦର୍ଶରେ ଆମେ ସମସ୍ତେ ଅନୁପ୍ରାଣିତ ହେବା ସହ ଦେଶର ଏକତା ଓ ସଂହତିକୁ ବଜାୟ ରଖିବା। ଦେଶର ବିକାଶ ନିମନ୍ତେ କାର୍ଯ୍ୟ କରିବା ପାଇଁ ସଂକଳ୍ପବଦ୍ଧ ହେବା ।

Also Read:-

ସେହିପରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସମୃଦ୍ଧ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ଗଠନର ଲକ୍ଷ୍ୟ ପୂରଣ ସହ 'ଏକ ଭାରତ ଶ୍ରେଷ୍ଠ ଭାରତ' ଗଠନ ଦିଗରେ ନିଜର ଯୋଗଦାନ ଦେବା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆହ୍ୱାନ ଦେଇଛନ୍ତି ।