oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଫେବୃଆରୀ ୨୧ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

21/02/2022 at 7:07 AM

ମେଷ– ଯାହା ବହୁତ ଦିନ ହେଲା ହୋଇପାରିନି ତାହା ଆଜି ହୋଇଯିବ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା,ଉନ୍ନତମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା,ଅଦାଲତ ସମ୍ବନ୍ଧୀୟ କ୍ଷେତ୍ରରେ ସୁଫଳ ପାଇବେ । ନିଜ କାମ ପଛକୁ ପକାଇ ପଡୋଶୀଙ୍କ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – ଆଜି ବିତର୍କଜନିତ ଭାଇ କିମ୍ବା ପଡୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ । ଆଜି ଯାହା କରିବେ କ୍ଷତି ହେବନି, ମାତ୍ର ଏକ ସଂଘର୍ଷମୟ ପରିସ୍ଥିତିର ସାମ୍‌ନା କରିବାକୁ ପଡିବ ।ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କୌଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ । ଆଗରେ କିଛି ନ ରହିଲେ ମଧ୍ୟ ପଛରେ କେହି ବହୁତ ସମାଲୋଚନା କରିବେ । ଦିଆନିଆ କ୍ଷେତ୍ରରେ ସତର୍କ ରହନ୍ତୁ, ନତୁବା କ୍ଷତିରେ ପଡିବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – ଗତକାଲି ଠାରୁ ହାତକୁ ନେଇଥିବା କାମ ଡେରିରେ ସମ୍ପନ୍ନ ହେବ । ପୁତ୍ରକନ୍ୟ।।ହେତୁକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ଅବଶ୍ୟ କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ପ୍ରତ୍ୟେକ କାମରେ ସମସ୍ୟା ଲାଗି ରହିବ । ଥଣ୍ଡା ମିଜାଜ ବଦଳରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ତୁଳା – ଆଜି ପାରିବାରିକ ସମସ୍ୟାର ସମାଧାନ ଜନିତ ଟେନ୍ ସନ ଲାଗି ରହିବ । କାମଗୁଡିକ ସୁରୁଖୁରୁରେ ହୋଇଯିବ ମାତ୍ର ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ । ପରୋକ୍ଷ ଶତ୍ରୁତା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ସୁଯୋଗ ହରାଇବେ । ଶୁଭ ରଙ୍ଗୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା –କୌଣସି ଘଟଣାକୁ ଠିକ୍ ଭାବରେ ନ ବୁଝି ସହକର୍ମୀ କ୍ରୋଧ ପ୍ରକାଶ କରିପାରନ୍ତି । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ –ଯାହା ଭାବୁଛନ୍ତି ବନ୍ଧୁଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରି ପାରିଲେ ଭଲ । ପୁରାତନ ଗୋଗର ପୀଡା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – କର୍ମକ୍ଷେତ୍ରରେ କୁଟନୀତି ପ୍ରୟୋଗକରି ଯେମିତି ଚାହୁଁଛନ୍ତି ସେମିତି କରିବାରେ ସଫଳ ହେବେ । ବନ୍ଧୁଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇପାରିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଆଜି ଯେଉଁଠି ଯାହା କହିବେ ତାହା ଠିକ୍ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇପଡିବ । ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ – ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢିଯିବା କାରଣରୁ ଆବଶ୍ୟକତା ପୂରଣ ସକାଶେ ଚିନ୍ତିତ ରହିବେ । ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

   Related Posts