oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ମେ’ ୬ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

6/05/2022 at 7:15 AM

ମେଷ– ଆପଣଙ୍କ ଅପ୍ରିୟ ମିଶ୍ରିତ ମଧୁର ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗି ପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବୃଷ –କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ବାଣିଜ୍ୟ ଓ ପରିବହନରେ କ୍ଷତିର ଆଶଙ୍କା ରହିଛି । ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ । ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କର୍କଟ – ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ । ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହୋଇ ନ ପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – କର୍ମକ୍ଷେତ୍ରରେ କିମ୍ବା ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡିପାରନ୍ତି । ସାହିତ୍ୟ, କଳା, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ହଠାତ୍ କୌଣସି ଘଟଣାରେ ଭାଙ୍ଗି ପଡୁନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – କାର୍ଯ୍ୟ ଦକ୍ଷତା ହେତୁ ଆଜିର କର୍ମକ୍ଷେତ୍ରରେ ଆବଶ୍ୟକ ସହ-ଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ପଇସା ଦେବା ନେବାକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘ ଦିନର ଆଶା ଫଳବତୀ ହେବ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶିଳ୍ପ, ବାଣିଜ୍ୟ , ପରିବହନ, ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗଧଳା । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ବିଛା – ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବାକୁ ଚେଷ୍ଟା କରିବା ଭଲ । ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌-ସନ୍ ବଢିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ –ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇ ଯିବ । ପାରିପାଶ୍ୱିର୍କ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥି ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର – ବନ୍ଧୁ ଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ । ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ । କାଳେ ଦେବାକୁ ପଡିବ ଏହି କଥା ଚିନ୍ତା କରି ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଆଜିର ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ । ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ – ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି । ପଡୋଶୀଙ୍କ ସହାୟତାରେ ବାକି ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ବାକ୍ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

   Related Posts