ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ରଥ ଦଉଡି, ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଲା ୨୬ଟି ଦଉଡି

Published By : Prameya-News7 Bureau | April 18, 2024 IST

ପୁରୀ ୧୮।୪: ଜୁଲାଇ ୭ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେଣୁ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ରଥ ଦଉଡି । ସମୁଦାୟ ୨୬ଟି ଦଉଡି ଗୁରୁବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି । ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତ କରୁଥିଲେ । 

ତେବେ ଏହି ଦଉଡି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଛି । ତିନି ରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟଡୋର, ଇନର୍, ଜେନେରାଲ୍ ଓ ପୋଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡି ରହିଛି । ରଥଟଣା ପାଇଁ ରଥ ଦଉଡିର ଲମ୍ବ ୨୨୦ ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ ଇଞ୍ଚ । ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପ। 

You Can Read :

ପିକ୍‌ଅପ୍‌ ଭ୍ୟାନ୍‌ରୁ ୧୦ ଲକ୍ଷ ଟଙ୍କା ଜବତ, ନାକା ଚେକିଂ ବେଳେ ଧରାପଡିଲା

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.