ଶ୍ରୀପଞ୍ଚମୀ ତିଥିରେ ରଥଯାତ୍ରା ପାଇଁ ପୂଜାର୍ଚ୍ଚନା ହେବ ରଥକାଠ

Published By : Prameya-News7 Bureau | January 26, 2023 IST

ପୁରୀ ୨୬/୦୧ : ଆଜି ପବିତ୍ର ଶ୍ରୀପଞ୍ଚମୀ। ଆଗାମୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ।

{"id":737743,"sizeSlug":"full","linkDestination":"none"}

ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା ମା ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ  ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିଥାନ୍ତି। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ।

{"id":737740,"width":827,"height":438,"sizeSlug":"full","linkDestination":"none"}

ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୧୧୮ ଖଣ୍ଡ କାଠ ମହଜୁଦ ଅଛି। ଅବଶିଷ୍ଟ ୭୪୭ ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବାକୁ ଥିବାବେଳେ ଗତ ୨୧ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକରେ ୧୦୪ଖଣ୍ଡ କାଠ ପୁରୀରେ ଆସି ପହଞ୍ଚିଛି। ସେଥିମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ଆଜି ପୂଜାର୍ଚ୍ଚନା କରାଯିବ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.