ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା : ଶ୍ରୀଜିଉଙ୍କ ନବ ଯୌବନ ବେଶ ଦର୍ଶନ ପାଇଁ ଭିଡ଼, ରଥଖଳାକୁ ବିଜେ ହେବ ଆଜ୍ଞାମାଳ

Published By : Prameya-News7 Bureau | June 30, 2022 IST

ପୁରୀ ୩୦।୦୬ : ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ବୁଧବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଥିବା ବେଳେ ଗୁରୁବାର ମଧ୍ୟ ଭକ୍ତ ମାନେ ଦର୍ଶନର ସୁଯୋଗ ପାଇବେ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ତେବେ ଗୁରୁବାର ଶ୍ରୀମନ୍ଦିରରେ ସକାଳ ଧୂପ ଶେଷ ହେବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ। ୩ ରଥର ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ରଥ ଆଜ୍ଞାମାଳ ବିଜେ ପରେ ଆରମ୍ଭ ହେବ ରଥଟଣା। ରଥଖଳାରୁ ସିଂହଦ୍ୱାରକୁ ପୋଲିସ ଅଧିକାରୀ ଏବଂ ଭକ୍ତମାନେ ଟାଣି ନେଇଯିବେ ତିନିରଥକୁ। ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ଅଣାଯିବ। ୩ ରଥର ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ପବିତ୍ର ଘୋଷଯାତ୍ରାକୁ ସମସ୍ତ ଭକ୍ତଙ୍କ ଅପେକ୍ଷା। ଏଥର ଦୁଇ ଦିନ ନବଯୌବନ ଦର୍ଶନ ପଡିଥିବା ବେଳେ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଛୁଟିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଆଜି ଉଭା ଯାତ୍ରା ପଡୁଥିବାରୁ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ଜାରି ରହିବ।ଶ୍ରୀଗୁଣ୍ଡିଚା ନୀତିକାନ୍ତି ଓ ପହଣ୍ଡି ପ୍ରସ୍ତୁତି ପାଇଁ ଏହାପରେ ଦର୍ଶନ ବନ୍ଦ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.