ଭୁବନେଶ୍ବର୧୬/୬: ଜୁନ ୨୨ରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଓ ଜୁଲାଇ ୭ରେ ଘୋଷଯାତ୍ରା । କେମିତି ଉଭୟ ସ୍ନାନଯାତ୍ରା ଓ ଘୋଷଯାତ୍ରା ଶୃଙ୍ଖଳିତ ହେବ ସେ ନେଇ ବସିଛି ପ୍ରସ୍ତୁତି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ,ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୋଲିସ ଡିଜି ଅରୁଣ ଷଡଙ୍ଗୀ, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ରାଜ୍ୟର ବରିଷ୍ଠ ପ୍ରଶାସନିକ ଓ ଅଧିକାରୀ ଉପସ୍ଥିତ ଅଛନ୍ତି ।
ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ରଥଟଣା ପାଇଁ ହାତରେ ୨ ଦିନ ସମୟ କମ୍ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି ।