ରାତିପାହିଲେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ଆଜି ରଥଖଳାକୁ ହେବ ଆଜ୍ଞାମାଳ ବିଜେ

Published By : Prameya-News7 Bureau | July 06, 2024 IST

ପୁରୀ ୦୬।୦୭ :  ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଶନିବାର ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ। ୩ ରଥର ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ରଥ ଆଜ୍ଞାମାଳ ବିଜେ ପରେ ଆରମ୍ଭ ହେବ ରଥଟଣା।ରଥଖଳାରୁ ସିଂହଦ୍ୱାରକୁ ପୋଲିସ ଅଧିକାରୀ ଓ ଭକ୍ତମାନେ ଟାଣି ନେଇଯିବେ ତିନିରଥକୁ। 

ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ଅଣାଯିବ। ୩ ରଥର ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ତେବେ ତିନିରଥ ସିଂହଦ୍ୱାରରେ ପହଞ୍ଚି ସାରିବା ପରେ ପବିତ୍ର ଘୋଷଯାତ୍ରାକୁ ସମସ୍ତ ଭକ୍ତଙ୍କ ଅପେକ୍ଷା। 

ସେପଟେ ଚଳିତ ବର୍ଷ ରଥଯାତ୍ରା ଦିନ ହିଁ ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଭକ୍ତମାନେ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ। ରଥଯାତ୍ରା ଦିନ ରଥ ଉପରେ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ ସହ ରଥଟାଣି ନିଜକୁ କୃତାର୍ଥ ମନେ କରିବେ। ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। 

  • puri
  • Deva Snana Purnima 2024
  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.