ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | July 01, 2022 IST

ଭୁବନେଶ୍ୱର ୦୧/୦୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମହାମହିମ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟପାଳ କହିଛନ୍ତି ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ । ଏହାହିଁ ମୋର ବିଶ୍ୱନିୟନ୍ତାଙ୍କ ନିକଟରେ କାମନା ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ଏହାହିଁ ମୋର ଭଗବାନଙ୍କ ନିକଟରେ ପ୍ରାର୍ଥନା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.