ଚଳିତ ମାସରେ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ବଣ୍ଟନ ପାଇଁ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ

Published By : Prameya-News7 Bureau | July 10, 2025 IST

ଭୁବନେଶ୍ବର ୧୦।୭: ଚଳିତ ମାସରେ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ର ପଠାଇଥିବା ଗହମ ବଣ୍ଟନ କରିବେ ସରକାର । ଯେତିକି ଗହମ ମହଜୁଦ ଅଛି ହିତାଧିକାରୀଙ୍କୁ ବଣ୍ଟନ ପାଇଁ ଯୋଗାଣ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ବହୁତ ଦିନ ଧରି ଗହମ ମହଜୁଦ ଥିବାରୁ ନଷ୍ଟ ନକରି ବଣ୍ଟନ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଦ୍ବିତୀୟ ପର୍ଯ୍ୟାୟରେ ଗହମ ଯୋଗାଣ ସ୍ଥଗିତ ରହିଛି । ପରବର୍ତ୍ତୀ ଅବସ୍ଥାରେ ପୁଣି କେନ୍ଦ୍ରରୁ ଗହମ ଆସିଲେ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଯାହା ହୋଇଛି ଠିକ୍ ନୁହେଁ, ଆଇନ ଅନୁଯାୟୀ ଯାହା ପଦକ୍ଷେପ ନେବା କଥା ସରକାର ନେବେ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.