scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

24/08/2023 at 8:51 AM

ରାୟଗଡ଼ା ୨୪/୦୮: ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି ।

ରାୟଗଡ଼ା ଠାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି । ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ସକାଳୁ ଆରମ୍ଭ ହୋଇଛି । ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍। ବର୍ତ୍ତମାନ ଚଢ଼ାଉ ଚାଲିଥିବା କାରଣରୁ ଅଧିକ ସୂଚନା ଦେଇନାହିଁ ଭିଜିଲାନ୍ସ ।

you can also read…

   Related Posts