ରାୟଗଡ଼ା: ଗୁରୁ-ଶିଷ୍ୟ ସମ୍ପର୍କରେ ପୁଣି ଲାଗିଲା କଳଙ୍କ। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ରାୟଗଡ଼ା ସହରର ଏକଲବ୍ୟ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ପୋଲିସ ଅଟକ ରଖିଛି।

ସୂଚନା ଅନୁଯାୟୀ, ବିଦ୍ୟାଳୟର ନବମ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଅଧ୍ୟକ୍ଷ ସନ୍ତୋଷ କୁମାର ପାତ୍ର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀ ଜଣକ ନିଜ ପରିବାରକୁ ଜଣାଇବା ପରେ ପରିବାର ଲୋକେ ରାୟଗଡ଼ା ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଗୁରୁତ୍ୱର ସହ ନେଇ ପୋଲିସ ଏକଲବ୍ୟ ବିଦ୍ୟାଳୟରେ ପହଞ୍ଚିଥିଲା। ସେଠାରେ ଅଧ୍ୟକ୍ଷଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଥାନାକୁ ନେଇ ଅଟକ ରଖିଛି। ଏହି ଘଟଣାକୁ ନେଇ ରାୟଗଡ଼ା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ଘଟଣାର ପୋଲିସ ତଦନ୍ତ ଜାରି ରହିଛି।