ଓଡ଼ିଶା ପାଇଁ ଖୁସି ଖବର ! କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

Published By : Prameya-News7 Bureau | February 06, 2025 IST

ଭୁବନେଶ୍ୱର: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା। କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ମାନ୍ୟତା ଦେଇଛି। ଓଡ଼ିଶାର ଐତିହର ଓ ବାଣିଜ୍ୟର ଗାଥା ବହନ କରେ ବାଲିଯାତ୍ରା। ବାଲିଯାତ୍ରା ବାଣିଜ୍ୟ ଆଦାନପ୍ରଦାନ କେନ୍ଦ୍ର। ଓଡ଼ିଶା-ଦକ୍ଷିଣପୂର୍ବ ଏସିଆ ମଧ୍ୟରେ ଥିଲା ବାଣିଜ୍ୟିକ କାରବାର। ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା ବାଲିଯାତ୍ରା। ଅତୀତ ଉତ୍କଳର ଗୌରବମୟ ସଂସ୍କୃତିର ବାର୍ତ୍ତା ବହନକରେ ବାଲିଯାତ୍ରା। ସେଦିନର ଉପକୂଳ ଅଞ୍ଚଳ ସମୂହର ସ୍ୱର୍ଣିମ ଅଧ୍ୟାୟର ସ୍ମୃତି ଆଜିବି ଗୁଂଜରିତ ଓଡ଼ିଆଙ୍କ ପ୍ରତି ରକ୍ତବିନ୍ଦୁରେ । 

ବାଲି ଅର୍ଥାତ୍ ଇଣ୍ତୋନେସିଆର ବାଲିଦ୍ୱୀପ ସହ କଳିଙ୍ଗର ନୌବାଣିଜ୍ୟ ସମ୍ପର୍କ ରହିଥିଲା । ଓଡ଼ିଆ ସାଧବ ପୁଅ ବାଲି ଦ୍ୱୀପ ସହ ଜାଭା, ସୁମାତ୍ରା ଗମନ କରୁଥିଲେ ଏବଂ ବ୍ୟବସାୟରୁ ପ୍ରାପ୍ତ ଧନସମ୍ପଦ ଉତ୍କଳର ଅର୍ଥନୀତିକୁ କରୁଥିଲେ ସମୃଦ୍ଧ। 

ଆଉ ସେହି ପରମ୍ପରାକୁ ଉତ୍ସବ ଭାବେ ପାଳନ ହୋଇଆସେ କଟକରେ ବାଲିଯାତ୍ରା। କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.