ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଜିଓ ପକ୍ଷରୁ ତାଳଚେରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ, ସାରା ଓଡ଼ିଶାର ୧୩ଟି ସହରରେ ପହଞ୍ଚିଲା ଟ୍ରୁ-୫ଜି

7/02/2023 at 9:53 PM

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର  ତାଳଚେର ସହରରେ ଆରମ୍ଭ ହେଲା ଟ୍ରୁ-୫ଜି ସେବା। ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ରିଲାଏନ୍ସ ଜିଓ ପକ୍ଷରୁ ଘୋଷଣା କରାଯିବା ସହ ରାଜ୍ୟର ୧୩ଟି ସହରରେ ପହଞ୍ଚିଛି ଟ୍ରୁ-୫ଜିର ଲାଭ। ପୂର୍ବରୁ ଜିଓ ପକ୍ଷରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୁଳର ନାଲ୍‌କୋ ଭଳି ୧୨ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା । ଏହି ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ୫ଜି ସେବାର ଶୁଭାରମ୍ଭ କରିଛି ।

ଜାତୀୟ ସ୍ତରରେ ୧୦ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ବିଷୟରେ ଆଜି ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯେଉଁଥିରେ ସାମିଲ ରହିଛି ତାଳଚେର (ଓଡ଼ିଶା), ହିନ୍ଦୁପୁର, ମଦନପଲ୍ଲୀ, ପ୍ରୋଡାତୁର (ଆନ୍ଧ୍ରପ୍ରଦେଶ), ରାୟଗଡ଼ (ଛତିଶଗଡ଼), ପଟିଆଲା (ପଂଜାବ), ଅଲୱର (ରାଜସ୍ଥାନ), ମଂଚେରିଆଲ (ତେଲେଙ୍ଗାନା), ଗୋରଖପୁର (ଉତରପ୍ରଦେଶ) ଓ ରୁର୍‌କି (ଉତରାଖଣ୍ଡ) । ଏଥି ସହିତ ଦେଶରେ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରୁଥିବା ମୋଟ ସହର ସଂଖ୍ୟା ୨୩୬ରେ ପହଂଚିଛି ।

ଏହି ସବୁ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭରମ୍ଭ କରାଯାଇଛି । ଆଜିଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ପର୍ଯ୍ୟନ୍ତର ଅସୀମିତ ଡାଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ ।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଆଠଟି ରାଜ୍ୟର ଏହି ୧୦ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଥିବାରୁ ଆମେ ଅତ୍ୟନ୍ତ ଉତ୍ସାହିତ । ଏହି ଶୁଭାରମ୍ଭ ସହିତ ୨୩୬ଟି ସହରରେ ଜିଓ ଗ୍ରାହକମାନେ ୨୦୨୩ ନୂଆବର୍ଷରେ ଜିଓ ଟ୍ରୁ-୫ଜିର ରୂପାନ୍ତରିତ ଲାଭକୁ ଉପଭୋଗ କରିପାରିବେ।’’

ନୂତନ ଭାବେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ସହରଗୁଡ଼ିକ ହେଉଛି ଆମ ଦେଶର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ଓ ବାଣିଜ୍ୟିକ ସ୍ଥଳ ତଥା ପ୍ରମୁଖ ଶିକ୍ଷା ହବ୍ ମଧ୍ୟ । ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବାରୁ ଏହି ଅଂଚଳର ଗ୍ରାହକମାନେ ଶ୍ରେଷ୍ଠ ଟେଲିଯୋଗାଯୋଗ ନେଟ୍‌ୱର୍କ ସମେତ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ, ସ୍ୱାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍‌ଏମ୍‌ଇ କ୍ଷେତ୍ରରେ ଅସୀମିତ ଅଭିବୃଦ୍ଧି ସୁଯୋଗ ପାଇବେ।

ଆମ ଦେଶକୁ ଡିଜିଟାଇଜ୍ କରିବାରେ ଆମକୁ ନିରନ୍ତର ସହଯୋଗ ପ୍ରଦାନ କରୁଥିବାରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଓଡ଼ିଶା, ପଂଜାବ, ରାଜସ୍ଥାନ, ତେଲେଙ୍ଗାନା, ଉତରପ୍ରଦେଶ ଓ ଉତରାଖଣ୍ଡ ରାଜ୍ୟ ସରକାରଙ୍କ ନିକଟରେ ଆମେ କୃତଜ୍ଞ ।’’

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଫାଇଦା ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରି ଗଢିତୋଳିଛି:

୧.    ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍‌-ଏଲୋନ ୫ଜି ସଂରଚନା।

୨.    ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ସର୍ବବୃହତ ଏବଂ ସର୍ବୋତ୍ତମ ୫ଜି ସ୍ପେକ୍ଟ୍ରମର ସମ୍ମିଶ୍ରଣ।

୩.   କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହି ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି।

ଏ ଖବର ପଢନ୍ତୁ- ଜିଓ ଟ୍ରୁ ୫ଜି ସେବା ବାଲେଶ୍ୱର ସହିତ ଏବେ ଓଡ଼ିଶାର ୧୦ଟି ସହରରେ ଉପଲବ୍ଧ

   Related Posts