Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଆଜି କାରଗିଲ ବିଜୟ ଦିବସ, କାରଗିଲରେ ଭାରତୀୟ ସେନାର ବୀରତ୍ବଗାଥା ମନେ ପକାଉଛନ୍ତି ଦେଶବାସୀ

26/07/2019 at 10:14 AM

ନୂଆଦିଲ୍ଲୀ ୨୬|୭: ବାହାଦୂର ଯବାନଙ୍କ ପରାକ୍ରମକୁ ଆଜି ସାରା ଦେଶ ମନେ ପକାଉଛି ।  ମନେ ପକାଉଛି ସେହି ବୀର ପୁତ୍ରଙ୍କୁ ଯାହାଙ୍କ ପାଇଁ ଆଜି ଆମେ ଶାନ୍ତିରେ ନିଶ୍ବାସ ମାରୁଛେ । ୨୦ ବର୍ଷ ତଳେ  ଧୋକା ଦେଇଥିବା ପାକିସ୍ତାନର ଯୋଜନାକୁ ପଣ୍ଡ କରିଥିଲେ ଭାରତୀୟ ସେନା ।ପୁଣି ଥରେ କାର୍ଗିଲ ସେକ୍ଟରରେ ଉଡ଼ିଥିଲା ତ୍ରିରଙ୍ଗା । କାରଗିଲ ପାହାଡ ଉପରେ ଉଡୁଥିବା ଏହି ତ୍ରିରଙ୍ଗା, ଦେଶ ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ପରାକ୍ରମର ଗାଥା ବଖାଣୁଛି । ସେଦିନର ସେହି ବିଜୟକୁ ମନେ ପକାଇ ଦେଶ ଆଜି ପାଳନ କରୁଛି ବିଜୟ ଦିବସ ।

ଆଜିର ଦିନରେ ଭାରତୀୟ ଜବାନମାନେ ପାକିସ୍ତାନୀ ସେନାକୁ ମାତ୍ ଦେବା ସହ  ଅପରେସନ ବିଜୟର ଶଙ୍ଖନାଦ କରିଥିଲେ । କିନ୍ତୁ ଯୁଦ୍ଧରେ ୫୨୭  ଜବାନ ସେମାନଙ୍କ ପ୍ରାଣର ଆହୁତି ଦେଇଥିଲେ । ଆଉ ସାରା ଦେଶକୁ ଏକ ଆସନ୍ନ ବିପଦ ମୁହଁରୁ ରକ୍ଷା କରିଥିଲେ । ହିମାଳୟର ବରଫାଚ୍ଛନ୍ନ ଅଞ୍ଚଳରେ ଭାରତୀୟ ସେନାର ଏଭଳି ଦୁଃସାହସ, ସବୁ ମହଲରେ ପ୍ରଶଂସା ସାଉଁଟିଥିଲା । ଆଉ ପାକିସ୍ତାନ ଭଳି ଏକ ଆତଙ୍କୀ ରାଷ୍ଟ୍ରର ଅସଲ ମୁଖା ଖୋଲି ଦେଇଥିଲା ।

ଏହି ଅବସରରେ କାଶ୍ମୀରର ଡ୍ରାସଠାରେ ଥିବା କାରଗିଲ ୱାର ମେମୋରିଆଲ୍ ରେ କାରଗିଲ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସେହିପରି ଦିଲ୍ଲୀ ଇଣ୍ଡିଆ ଗେଟ୍ ରେ ଥିବା ଅମର ଯବାନ ଜ୍ୟୋତିରେ ମଧ୍ୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏଥିରେ ରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ତିନି ସେନାମୁଖ୍ୟ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି ।

   Related Posts