ଜନଜାତି ବହୁଳ ଜିଲ୍ଲାରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିଶ୍ରମିକ ୧୦ହଜାର ଟଙ୍କାକୁ ବୃଦ୍ଧି, ଯୋଗ୍ୟତା ଭିତ୍ତିରେ ନିୟମିତ କରାଯିବ

Published By : Prameya-News7 Bureau | March 02, 2024 IST

ଭୁବନେଶ୍ବର ୨୩: ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ ନିୟୋଜିତ କରାଯାଇଛି । ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଯୋଗ୍ୟତା ଭିତ୍ତିରେ ନିୟମିତ ମଧ୍ୟ କରାଯିବ ।

ସୂଚନାଯୋଗ୍ୟ ଯେ, 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ତ୍ତମାନ ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ପାରିତୋଷିକ  ୫୩୭୯ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

You Can Read :

wp:embed {"url":"https://www.prameyanews7.com/remuneration-of-temporary-arts-and-sports-teachers-increased-to-rs-10000/","type":"wp-embed","providerNameSlug":"prameya-news-7"}
https://www.prameyanews7.com/remuneration-of-temporary-arts-and-sports-teachers-increased-to-rs-10000/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.