ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି, ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ବ ଛୁଟି

Published By : Prameya-News7 Bureau | March 02, 2024 IST

ଭୁବନେଶ୍ବର ୨।୩: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ । ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ ।

ସୂଚନାଯୋଗ୍ୟ ଯେ, 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ ।

ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି ।

You Can Read :

wp:embed {"url":"https://www.prameyanews7.com/cm-hike-remuneration-of-education-volunteers-engaged-for-the-education-of-disabled-students/","type":"wp-embed","providerNameSlug":"prameya-news-7"}
https://www.prameyanews7.com/cm-hike-remuneration-of-education-volunteers-engaged-for-the-education-of-disabled-students/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.