oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ପୁରୀର ନାମ ପରିବର୍ତ୍ତନ ଅନାବଶ୍ୟକ : ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ

5/11/2021 at 3:25 PM

ପୁରୀ ୫୧୧: ପୁରୀର ନାମ ପରିବର୍ତ୍ତନ କରିବା ଅନାବଶ୍ୟକ ବୋଲି ମତ ଦେଇଛନ୍ତି ପୁରୀ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ । ବିଶ୍ବରେ ପୁରୀକୁ ଜଗନ୍ନାଥ ପୁରୀ ନାମରେ ହିଁ ଜାଣିଥାନ୍ତି । ଏଣୁ ପୁରୀ ପୀଠର ନାମ ପରିବର୍ତ୍ତନ କରି ଜଗନ୍ନାଥ ପୁରୀ କରିବାର କୌଣସି ଆବଶ୍ୟକତା ଅଛି କି ବୋଲି ସେ ପ୍ରଶ୍ନ କରିଛନ୍ତି ।  

ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀର ନାମ ପରିବର୍ତ୍ତନ କରି ଜଗନ୍ନାଥ ପୁରୀ ନାମରେ ନାମିତ କଲେ ଭଲ ହୁଅନ୍ତା ବୋଲି ମତ ଦେଇଛନ୍ତି । ଗତ କିଛି ଦିନ ଧରି ପୁରୀର ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ହୋଇ ଆସୁଥିଲା । ଏନେଇ ଗତ ଶ୍ରୀମନ୍ଦିର ପରିଚାଳନା କମିଟିରେ ମଧ୍ୟ ନାମ ପରିବର୍ତ୍ତନ ସମ୍ପର୍କରେ ଚର୍ଚ୍ଚା ହୋଇଥିଲା ।  ପୁରୀର ନାମ ଜଗନ୍ନାଥ ପୁରୀ କରିବା ପାଇଁ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ମଧ୍ୟ ଦାବି ହୋଇଥିଲା ।  ଏନେଇ ସେନାର କର୍ମକର୍ତ୍ତାମାନେ ପୁରୀ ରେଳଷ୍ଟେସନ ନିକଟରେ ଧାରଣ ପ୍ରଦର୍ଶନ କରିବା ସହ ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ଦେଇଥିଲେ। 

   Related Posts