୭୪ତମ ସାଧାରଣତନ୍ତ୍ର ଦିବସ; ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍, ଜାତୀୟ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
26/01/2023 at 8:04 AM

ନୂଆଦିଲ୍ଲୀ: ୭୪ତମ ସାଧାରଣତନ୍ତ୍ର ଦିବସ । ଆଜିର ଦିନରେ ଦେଶକୁ ମିଳିଥିଲା ବିଶ୍ବ ସବୁଠାର ବଡ଼ ସମ୍ବିଧାନ । ବ୍ରିଟିଶ ସମ୍ବିଧାନିକ ବ୍ୟବସ୍ଥା ଅପସାରଣ ପରେ ୧୯୫୦ ଜାନୁଆରୀ ୨୬ ତାରିଖରେ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରାରେ ପରିଣତ ହୋଇଥିଲା ଭାରତ । ଏହା ସହିତ ଦେଶରେ ଆରମ୍ଭ ହୋଇଥିଲା ଲିଖିତ ସାମ୍ବିଧାନିକ ବ୍ୟବସ୍ଥା ।
ଆଜି ଭାରତ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ପ୍ରଥମଥର ପାଇଁ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ହେବ ଭବ୍ୟ ପରେଡ୍ । ମହାମହିମ ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଏହାର ନେନୃତ୍ବ ନେବା ସହିତ ଜାତୀୟ ପତାକା ଉତ୍ତୋଳନ କରିବେ । ଅତିଥି ଭାବେ ମଞ୍ଚ ମଣ୍ଡନ କରିବେ ଇଜିପଟ ରାଷ୍ଟ୍ରପତି ଅବଦେଲ ଫତହ ଏଲ୍-ସିସି । ଇଜିପଟର ସମ୍ମାନାର୍ଥେ ଦେଶର ଏକ କଣ୍ଟିଜେଣ୍ଟ ପରେଡରେ ସାମିଲ ହେବ ।
ସେହିପରି ଦିଲ୍ଲୀ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେବ ନାରୀ ଶକ୍ତି । ବିଏସଏଫ କଣ୍ଟିଜେଣ୍ଟରେ ସାମିଲ ହେବେ ମହିଳା ଯବାନ। ନାଭାଲ କଣ୍ଟିଜେଣ୍ଟର ଲିଡ୍ ନେବେ ମହିଳା ଅଫିସର। ଆତ୍ମନିର୍ଭର ଭାରତକୁ ଫୋକସ କରାଯାଇଛି। ସ୍ବଦେଶ ଜ୍ଞାନ କୌଶଳରେ ପ୍ରସ୍ତୁତ ଯୁଦ୍ଧାସ୍ତ୍ର ପ୍ରଦର୍ଶନ କରାଯିବ ।